ଭିଜିଲାନ୍ସ ହାତରେ ଧରାପଡ଼ିଲେ ସହକାରୀ ବ୍ଲକ୍‌ ଶିକ୍ଷା ଅଧିକାରୀ

ଭୁବନେଶ୍ୱର,୧୦/୬: କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ସହକାରୀ ବ୍ଲକ୍‌ ଶିକ୍ଷା ଅଧିକାରୀ ୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଦରମା ରିଲିଜ୍ ପାଇଁ ଜନୈକ ଶିକ୍ଷକଙ୍କ ଠାରୁ ୫ ହଜାର ଲାଞ୍ଚ ନେଉଥିବା ବେଳେ ସହକାରୀ ମଣ୍ଡଳ ଶିକ୍ଷା ଅଧିକାରୀ ବିପିନ ବିହାରୀ ସିଂ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଅଭିଯୁକ୍ତଙ୍କଠାରୁ ୫ ହଜାର ଟଙ୍କା ଜବତ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିବା ପରେ କେନ୍ଦ୍ରାପଡ଼ା ଜିଲ୍ଲା ଅନ୍ତର୍ଗତ ବାଲିଆର ପୋଇଲୋଠାରେ ଥିବା ଅଭିଯୁକ୍ତଙ୍କ ଆବାସିକ ଘରେ ବି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଛି।ଜଣେ ସହକାରୀ ଶିକ୍ଷକଙ୍କ ଅଭିଯୋଗ ଆଧାରରେ ଭିଜିଲାନ୍ସ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।