ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୯ଟି ଜାଗାରେ ଚାଲିଛି ଚଢ଼ାଉ

ଭୁବନେଶ୍ୱର,୧୬/୦୪:ଭିଜିଲାନ୍ସ ଜାଲରେ ଆଠମଲ୍ଲିକ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ରାମ ଚନ୍ଦ୍ର ଶତପଥୀ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ଚାଢ଼ାଉ କରିଛି । ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ମୋଟ ୯ଟି ଜାଗାରେ ଚାଲିଛି ଭିଜିଲାନ୍ସ ରେଡ୍ । ଢେଙ୍କାନାଳ ସମେତ, ଅନୁଗୁଳ, କଟକ ଓ ଭବାନୀପାଟଣାର ୯ ଟି ସ୍ଥାନରେ ଚଢ଼ାଉ ଜାରି ରହିଛି । ଏହି କ୍ରମରେ ଢେଙ୍କାନାଳ ସହର ଗାୟତ୍ରୀ ନଗରସ୍ଥିତ ବାସଭବନ, ଆଠମଲ୍ଲିକ ବ୍ଲକ କାର୍ଯ୍ୟାଳୟ, ସରକାରୀ ବାସଭବନ, ଢେଙ୍କାନାଳ ସଦର ବ୍ଲକ ବଣସିଂହସ୍ଥିତ ପୈତୃକ ଘର ଓ କଟକରେ ରେଡ୍ ଚାଲିଛି । ଏଥିସହ ଭବାନୀପାଟଣାର ଧର୍ମଗଡ ଓ ଜୁନାଗଡ଼ରେ ଥିବା ଦୁଇ ଝିଅଙ୍କ ଘରେ ବି ରେଡ୍ ଚଳାଇଛି ଭିଜଲାନ୍ସ ଟିମ୍ ।

Leave a Reply

Your email address will not be published. Required fields are marked *