ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୦୫/୦୨: ବିକଶିତ ଗାଁ ବିକଶିତ ଓଡ଼ିଶାର  ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏନେଇ ପୂର୍ବରୁ ରାଜ୍ୟ ସରକାର ବିସ୍ତୃତ ମାର୍ଗଦର୍ଶିକା ଜାରି କରିସାରିଛନ୍ତି।  ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇସାରିଛି। ଫେବ୍ରୁଆରୀ ମାସ ୧୫ ତାରିଖ ସୁଦ୍ଧା ପ୍ରତି ଗାଁ ସେହି ଅନୁସାରେ ୫ ବର୍ଷିଆ ଯୋଜନା ତାଲିକା ପ୍ରସ୍ତୁତ କରି ପଠାଇବାକୁ କୁହାଯାଇଛି। ୨୦୨୪-୨୫ରେ ବିକଶିତ ଗାଁ, ବିକଶି ତ ଓଡ଼ିଶା ପାଇଁ ସରକାର ବଜେଟ୍‌ରେ ୧୦୦୦ କୋଟି ଟଙ୍କାର ବ୍ୟୟବରାଦ ରଖିଛନ୍ତି। ପଞ୍ଚାୟତକୁ ଯିବେ ବରିଷ୍ଠ ଆଇଏଏସ୍‌ ଅଧିକାରୀ । ଗାଁ ରେ ରାତି କାଟିବେ ଓ ଲୋକଙ୍କୁ ଭେଟିବେ। ସରକାରୀ ଯୋଜନାର କାର୍ଯ୍ୟକାରିତା ନେଇ ବୁଝିବେ।