ରାଜ୍ୟର ପ୍ରାୟ ଜିଲ୍ଲାରେ ବଦଳିବ ପାଗ, କିନ୍ତୁ ୬ଟି ଜିିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୧/୦୩: ଦୁଇ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିଲା ବେଳେ ଆଜିଠାରୁ ପାଗ ବଦଳିବ । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଆଜିଠାରୁ ପାଗ ସ୍ୱାଭାବିକ ହେବ । ଆଜି ୬ଟି ଜିିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ । ଏହି ଜିଲ୍ଲାଗୁଡ଼ିକ ହେଲେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ଢେଙ୍କାନାଳ । ଅନ୍ୟ ଜିଲ୍ଲାଗୁଡ଼ିକରେ ପାଗ ଶୁଖିଲା ରହିବ । ଆସନ୍ତାକାଲିଠାରୁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ରହିଛି । ଦିନର ତାପମାତ୍ରା ମଧ୍ୟ ବଢ଼ିବ । ଏପରିକି ଦିନର ତାପମାତ୍ରା ୮ରୁ ୧୦ ଡିଗ୍ରୀ ଯାଏଁ ବୃଦ୍ଧି ପାଇବାର ସମ୍ଭାବନା ଥିବା କୁହାଯାଇଛି ।