ସକାଳୁ କୁହୁଡି ଭରା, ଦିନରେ ପ୍ରବଳ ଖରା

ଭୁବନେଶ୍ୱର,୪/୩: ଏବେ ରାଜ୍ୟରେ ସକାଳୁ କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ଘନ କୁହୁଡ଼ି ଦେଖିବାକୁ ମିଳିଥିଲା। ଦିନତମାମ ଟାଣ ଖରା ହୋଇଥିବା ବେଳେ ୧୧ଟା ସୁଦ୍ଧା ଭୁବନେଶ୍ବରର ତାପମାତ୍ରା ୩୬ଡିଗ୍ରି ଛୁଇଁ ଯାଇଥିଲା। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଦିନରେ ତାପମାତ୍ରା ୨ରୁ ୩ ଡିଗ୍ରି ଅଧିକ ରହିବ। ୭ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାର କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ଆଜି ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ସର୍ବୋଚ୍ଚ ତାପମାତ୍ରା ୩୮ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୧ ଡିଗ୍ରି ମଧ୍ୟରେ ରହିବ।