ଭୁବନେଶ୍ୱର,୩୦/୦୧: ରାଜ୍ୟରେ ଏବେ ଶୀତର ପ୍ରକୋପ କମିଛି, କାଲିଠୁ କଲବଲ କରିବ ଖରା । ରାଜ୍ୟରୁ ଶୀତ ପ୍ରତ୍ୟାବର୍ତ୍ତନ କରିଥିବାବେଳେ ଆସନ୍ତାକାଲିଠୁ ଖରା ବଢିବ। ସପ୍ତାହେ ଯାଏ ଗରମ ସହ ଟାଇଁ ଟାଇଁ ଖରାରୁ ନିସ୍ତାର ନାହିଁ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ଠାରୁ ସମସ୍ତ ଜିଲ୍ଲାରେ ତାପମାତ୍ରା ବଢିବା ସହ ଗରମ ଅନୁଭବ ହେବ। ଏବେ ରାଜ୍ୟରେ ସ୍ବାଭାବିକ ଠାରୁ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇଛି । ଆଗାମୀ ୪ରୁ ୫ ଦିନ ଯାଏଁ ଦିନ ଏବଂ ରାତି ତାପମାତ୍ରା ଅଧିକ ରହିବ । ଆଜି ରାଜ୍ୟର ଅଧିକାଂଶ ସହରରେ ତାପମାତ୍ରା ବଢିଛି । ସେପଟେ ତାପମାତ୍ରା ବୃଦ୍ଧି ସହ ଆସନ୍ତା ୪୮ ଘଣ୍ଟା ଯାଏ ଅସ୍ତବ୍ୟସ୍ତ କରିବ ଘନ କୁହୁଡି । ଆସନ୍ତା ୨୪ ଘଣ୍ଟାରେ ୨୪ ଜିଲ୍ଲାରେ ଘନ କୁହୁଡ଼ି ହେବା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ,ରାୟଗଡା,ଗଜପତି ଗଂଜାମ ,କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଢେଙ୍କାନାଳ, ଅନୁଗୁଳ, ଯାଜପୁର ଦେଓଗଡ, ସମ୍ବଲପୁର ଓ କେନ୍ଦୁଝର ଜିଲ୍ଲାକୁ ସତର୍କ କରିଛି ପାଣିପାଗ ବିଭାଗ । ୩୧ ତାରିଖରେ ଉପକୂଳ ଓଡିଶାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଦେଖିବାକୁ ମିଳିବ।