ଆହୁରି ୨ଦିନ ଯାଏଁ ରାଜ୍ୟରେ ଲାଗିରହିବ ତାତି, ଆଜି ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୨୯/୦୭: ଆହୁରି ୨ଦିନ ଯାଏଁ ରାଜ୍ୟରେ ଲାଗିରହିବ ତାତି । ଅସହ୍ୟ ଗରମରେ ଡହଳବିକଳ ହେବେ ରାଜ୍ୟବାସୀ । ଆଜି ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହି ସମସ୍ତ ଜିଲ୍ଲା ଗୁଡ଼ିକ ହେଉଛି କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର ଓ ଝାରସୁଗୁଡ଼ା । ୩୦ ତାରିଖରେ କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ , ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସମ୍ପୃକ୍ତ ଜିଲ୍ଲାଗୁଡ଼ିରେ ପ୍ରବଳ ଖରା ହେବ ବୋଲି ଆକଳନ କରିଛନ୍ତି ପାଣିପାଗ ବିଜ୍ଞାନୀ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ୪ଦିନ ତାତିରେ ଓଡ଼ିଶା ସିଝିବା ପରେ ବଦଳିବ ପାଗ । ଏପ୍ରିଲ ୨ ତାରିଖ ବେଳକୁ କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ଆଦ୍ରତାର ପରିମାଣ ବୃଦ୍ଧି ସହ ବାୟୁର ଦିଗ ପରିବର୍ତ୍ତନକୁ ନେଇ ୨ କିମ୍ବା ୩ତାରିଖ ବେଳକୁ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Leave a Reply

Your email address will not be published. Required fields are marked *