ରାଜ୍ୟରେ ଆହୁରି ୫ଦିନ କଲବଲ କରିବ ତାତି

ଭୁବନେଶ୍ୱର, ୧୧/୦୬: ଓଡିଶାକୁ ମୌସୁମୀ ଛୁଇଁଲା ପରେ ମଧ୍ୟ  ବାତାବରଣ ଅନୁକୂଳ ନଥିବାରୁ ଆଗକୁ ବଢିପାରୁନି ମୌସୁମୀ । ଫଳରେ ରାଜ୍ୟରେ ଆହୁରି ତିନରୁ ଚାରି ଦିନ ଗ୍ରୀଷ୍ମ ପ୍ରବାହ ଲାଗି ରହିବ । ବିଶେଷ କରି ଉତର ଓ ଉପକୂଳ ଓଡିଶାରେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେବ । ସେପଟେ ରାଜ୍ୟରେ ଅଂଶୁଘାତର ମାମଲା ବଢୁଥିବାରୁ ସତର୍କ ରହିବାକୁ ପରାମର୍ଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ ।ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ପାଇଁ ଆଜି ଓଡିଶାର ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ଆସନ୍ତାକାଲି ପଶ୍ଚିମ ଓଡିଶାର ୮ଟି ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିବ ଓ ଉପକୂଳ ଓଡିଶାର ୧୧ ଜିଲ୍ଲାରେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେବ । ଆସନ୍ତାକାଲି ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।