ରାଜ୍ୟରେ ଜାରି ରହିଛି ଶୀତ ଲହରୀ

ଭୁବନେଶ୍ୱର,୨୭/୦୧: ଏବେ ରାଜ୍ୟରେ ଜାରି ରହିବ ଶୁଖିଲା ପାଗ । ରାଜ୍ୟକୁ ପ୍ରବେଶ କରୁଥିବା ଥଣ୍ଡା ଶୁଷ୍କ ପ୍ରଭାବରେ ଉତର ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଲହରି ଅନୁଭୂତ ହୋଇପାରେ । ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଦେବଗଡ଼ ଏବଂ ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଶୀତଲହରି ଅନୁଭୂତ ହେବା ସମ୍ଭାବନା ରହିଛି ।ସେହିପରି ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ପରବର୍ତୀ ସମୟରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଛି । ଏହା ସହ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲା ସମେତ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ଘନ କୁହୁଡି ଦେଖାଦେଇପାରେ । ରାତ୍ରିରୁ ସକାଳ ମଧ୍ୟରେ ଦୃଶ୍ୟମାନ ଦୂରତା ୨୦୦ରୁ ୫୦୦ ମିଟର ମଧ୍ୟରେ ସୀମିତ ରହିବା ସମ୍ଭାବନା ରହିଛି ।