ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ, ୫ ଦିନ ରାଜ୍ୟରେ ଶୀତ ବଢିବା ସମ୍ଭାବନା !

ଭୁବନେଶ୍ୱର,୨୦/୧୧: ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହା ପୂର୍ବରୁ ୨୧ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହାକ୍ରମେ ଘନୀଭୂତ ହୋଇ ୨୩ ତାରିଖରେ ଲଘୁଚାପର ରୂପ ନେବ । ପରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ଅବପାତ ରୂପ ନେବ । ତେବେ ଲଘୁଚାପର ପ୍ରଭାବ କିଭଳି ରହିବ, ତାହା ଏଯାଏଁ ସ୍ପଷ୍ଟ ହୋଇନି । ଏପଟେ ଆଗାମୀ ୫ ଦିନ ରାଜ୍ୟରେ ଶୀତ ବଢିବା ସମ୍ଭାବନା ନଥିବା ବେଳେ କୁହୁଡି ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଝାରସୁଗୁଡ଼ା, କେନ୍ଦୁଝର, ସୁନ୍ଦରଗଡ, ସମ୍ବଲପୁର, ବରଗଡ଼, କନ୍ଧମାଳ ଓ କଳାହାଣ୍ଡିରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ହେବା ନେଇ ଆଲର୍ଟ କରାଯାଇଛି । ପୁଣି ଚିନ୍ତା ବଢ଼ାଇଲା ଚଳିତ ବର୍ଷର ବିଶ୍ୱ ତାପମାତ୍ରା । ୨୦୨୩କୁ ଟପି ସର୍ବକାଳୀନ ରେକର୍ଡ ଭାଙ୍ଗିବ ୨୦୨୪ର ତାତି । ବିଶ୍ୱ ପାଣିପାଗ ସଂଗଠନର ରିପୋର୍ଟ ପରେ ଜାତିସଂଘ ଉଦବେଗ ପ୍ରକାଶ କରିଛି । ମାନବଜାତି ନିଜେ ପୃଥିବୀରେ ନିଆଁ ଲଗାଉଛି ଏବଂ ନିଜେ ହିଁ ତାର ଫଳ ଭୋଗୁଛି ବୋଲି କହିଛନ୍ତି ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟାରେସ୍ ।