ଆସନ୍ତା ୨୬ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ଶୀତ

ଭୁବନେଶ୍ୱର,୨୪/୧: ଏବେ ରାଜ୍ୟରେ ଶୀତ ର ପ୍ରକୋପ କମିଛି। ଏହାସହ ସ୍ଥାନେ ସ୍ଥାନେ ବର୍ଷା ମଧ୍ୟ ହୋଇଛି। ଏହାରିମଧ୍ୟରେ  ଆସନ୍ତା ୨୬ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ଶୀତ। ଆଗାମୀ ୨ ଦିନ ମଧ୍ୟରେ ୩ରୁ ୫ ଡିଗ୍ରୀ ଖସିବ ତାପମାତ୍ରା। ଏହାର ପ୍ରଭାବରେ ୨୬ ତାରିଖ ଠାରୁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଏନେଇ ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।