ଆସନ୍ତା ୨୬ରୁ ଆରମ୍ଭ ହେବ ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର,୩୦/୧୦: ବିଧାନସଭା ଶୀତକାଳୀନ ଅଧିବେଶନ ଆସନ୍ତା ୨୬ ତାରିଖ ଠାରୁ ଆରମ୍ଭ ହେବ। ଓଡ଼ିଶା ବିଧାନସଭାର ଆଗାମୀ ଶୀତକାଳୀନ ଅଧିବେଶନ ନଭେମ୍ବର ୨୬ ତାରିଖ ଠାରୁ ଆରମ୍ଭ ହୋଇ ୩୫ ଦିନ ପରେ ଶେଷ ହେବ। ଏହି ଅଧିବେଶନ ଡିସେମ୍ବର ୩୧ ଯାଏଁ ଚାଲିବ। ଏହାରି ମଧ୍ୟରେ ମୋଟ୍‌ ୩୦ଟି କାର୍ଯ୍ୟ ଦିବସ ରହିବ ବୋଲି କୁହାଯାଇଛି। ସୂଚନାଯୋଗ୍ୟ, ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଗତ ସେପ୍ଟେମ୍ବର ୧୧ ତାରିଖରେ ଶେଷ ହୋଇଥିଲା। ଜୁଲାଇ ୨୨ ତାରିଖରୁ ଆରମ୍ଭ ହୋଇଥିବା ଏହି ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜୁଲାଇ ୩୧ ତାରିଖ ଯାଏ ଚାଲିଥିଲା। ଅଗଷ୍ଟ ୨୦ରୁ ଆରମ୍ଭ ହୋଇଥିବା ଦ୍ବିତୀୟ ପର୍ଯ୍ୟାୟରେ ସେପ୍ଟେମ୍ବର ୧୧ ତାରିଖରେ ଶେଷ ହୋଇଥିଲା।

Leave a Reply

Your email address will not be published. Required fields are marked *