ଅତିପ୍ରବଳ ବର୍ଷା ନେଇ ଜାରି ହେଲା ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର, ୨୯/୯: ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ରହିଛି। ଏହାସହ ଏବେ ବଙ୍ଗୋପସାଗର ରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ତେଣୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିିପରି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୂରଭଞ୍ଜକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ସମ୍ଭାବନା ନେଇ ୯ ଜିଲ୍ଲା କୁ ମଧ୍ୟ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ସେହି ଜିଲ୍ଲା୍ ଗୁଡିକ ହେଉଛି ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଭଦ୍ରକ ଓ ବାଲେଶ୍ୱର।