ଉପକୂଳ ଓଡ଼ିଶାରେ ଘଡଘଡି ସହ ବର୍ଷା ସମ୍ଭାବନା, ଜାରି ହେଲା ୟୋଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୧୯/୩: ଆଜି ଉପକୂଳ ଓଡ଼ିଶାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ସଂଲଗ୍ନ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ବେଳେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ବିଶେଷକରି ଭଦ୍ରକ, ବାଲେଶ୍ୱର, ଯାଜପୁର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ ଅନୁଗୁଳ ଆଦି ଜିଲ୍ଲାରେ ବିଜୁଳି, ଘଡଘଡି ସହ ବର୍ଷା ଝଡବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏଥିପାଇଁ ଏସବୁ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ଗତକାଲି ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ଦେଖିବାକୁ ମିଳିଥିଲା ।