ପ୍ରବଳ ଖରା ଗରମ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୧୧/୬:ଆଜି ବି କଲବଲ କରିବ ତାତି । ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳିରେ ଲୋକେ ଅସ୍ତବ୍ୟସ୍ତ ହୋଇ ପଡୁଛନ୍ତି । ପ୍ରବଳ ଖରାକୁ ନଜରରେ ରଖି ଆଜି ଓ ଆସନ୍ତାକାଲି ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର, ବଲାଙ୍ଗୀର, ବୌଦ୍ଧ ଓ କେନ୍ଦୁଝର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ଆଜି ରାଜଧାନୀ ଭୁବନେଶ୍ୱରର ଆକାଶ ଆଂଶିକ ମେଘୁଆ ରହିପାରେ । ଦିନର ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରୀ ରହିବା ସହ ଅସହ୍ୟ ଗୁଳୁଗୁଳି ଅନୁଭୂତ ହୋଇପାରେ । ଗତକାଲି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ପଶ୍ଚିମ ଓଡ଼ିଶାର ୮ ସହରର ତାପମାତ୍ରା ୪୪ ଡିଗ୍ରୀ ଅତିକ୍ରମ କରିଥିଲା ।