ବର୍ଷା ନେଇ ରାଜ୍ୟର ୧୮ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର,୨୧/୦୮: ରାଜ୍ୟରେ ଏବେ କିଛି ସ୍ଥାନରେ ହାଲୁକା ବର୍ଷା ଲାଗି ରହିଛି। ଏହାସହ ମୌସୁମୀ ପ୍ରବାହ ଦୁର୍ବଳ ସ୍ଥିତିରେ ରହିଛି। ତେଣୁ ରାଜ୍ୟରେ ମୌସୁମୀ ବର୍ଷାର ସମ୍ଭାବନା ନାହିଁ। ଏପରିସ୍ଥିତରେ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନଥିଲେ ମଧ୍ୟ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ପଶ୍ଚିିମ ଓଡ଼ିଶାର ୧୮ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି ବୋଲି ଆଜି ସତର୍କ ସୂଚନା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ସୂଚନାଯୋଗ୍ୟ ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୨ ଅଗଷ୍ଟ, ମଙ୍ଗଳବାର ଅପରାହ୍ନ ସୁଦ୍ଧା ରାଜ୍ୟର ୧୮ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି।ଏହି ସମୟ ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଓ କନ୍ଧମାଳ ପ୍ରଭୃତି ୧୮ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।