୨୧ଟି ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର,୨୭/୮: ରାଜ୍ୟର କିଛି ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନାଗିରି ଓ କୋରପୁଟ ପ୍ରଭୃତି ୨୧ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରିି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଓ କଟକ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ମଧ୍ୟାହ୍ନ ପରେ ଆକାଶ ଆଶିଂକ ମେଘୁଆ ରହିବା ସହ ଅପରାହ୍ନରୁ ସନ୍ଧ୍ୟା ମଧ୍ୟରେ ହାଲୁକା ବର୍ଷା ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି କୁହାଯାଇଛି।